ଦିଗପହଣ୍ଡି ବସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା

ଶବ୍ଦ ଓଡିଶା ବ୍ୟୁରୋ: ଦିଗପହଣ୍ଡିର ଖେମୁଣ୍ଡି କଲେଜ ନିକଟରେ ଦୁର୍ଘଟଣା । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ମୃତକଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।
ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

You May Also Like

More From Author

+ There are no comments

Add yours