ଲଘୁଚାପ ପ୍ରଭାବ, ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଶବ୍ଦ ଓଡିଶା ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଆହୁରି ସକ୍ରିୟ କରିଛି । ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ କ୍ଷେତ୍ରଟି ଆସନ୍ତା ୨ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତର ଓଡ଼ିଶା ଓ ଝାଡ଼ଖଣ୍ଡ ଦେଇ ଗତି କରିବାର ସମ୍ଭାବନା ରହିଛି।
ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

You May Also Like

More From Author

+ There are no comments

Add yours