ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ । ଆଜି ପାଇଁ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ନୂଆପଡା, ବଳାଙ୍ଗୀର, ବରଗଡ, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ପୁର୍ବାନୁମାନ କରାଯାଇଛି ।
