ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ୨ ଦିନ ପୂର୍ବେ ପ୍ରଶାନ୍ତଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ପରେ ସେ ଗିରଫ ହୋଇଥିଲେ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ ବେଳେ ପ୍ରଶାନ୍ତଙ୍କ ଘରୁ ନଗଦ ୩ କୋଟି ଟଙ୍କା ସହ ୫ କୋଟିରୁ ଅଧିକ ସମ୍ପତ୍ତି ମିଳିଥିଲା।