ନିର୍ଦ୍ଧାରିତ ସମୟର ପ୍ରାୟ ୩ ଘଣ୍ଟା ଆଗରୁ ରଥଟଣା ଆରମ୍ଭ ହୋଇଛି। ପୂର୍ବରୁ ସ୍ଥିରୀକୃତ ହୋଇଥିଲା କି ଅପରାହ୍ନ ୪ଟା ସମୟରେ ରଥଟଣା ଆରମ୍ଭ ହେବ। କିନ୍ତୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ସବୁ ନୀତିକାନ୍ତି ନିର୍ଦ୍ଧାରିତ ସମୟ ପୂର୍ବରୁ ଶୃଙ୍ଖଳିତ ଭାବେ ଶେଷ ହୋଇ ରଥଟଣା ଆରମ୍ଭ ହୋଇଯାଇଛି।ସକାଳେ ନୀତିକାନ୍ତ ସରିବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ପହଣ୍ଡି ଶେଷ ହୋଇଥିଲା। ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର, ତାପରେ ମାତା ସୁଭଦ୍ରା ଓ ଶେଷରେ ମହାବାହୁଙ୍କ ପହଣ୍ଡି ଶେଷ ହୋଇଥିଲା। ଗୁଣ୍ଡିଚା ଦିନ ପରି ମହାପ୍ରଭୁଙ୍କ ପରମ ସେବକ ଗଜପତି ମହାରାଜ ତିନି ରଥକୁ ଛେରା ପହଁରା ଶେଷ କରିବା ପରେ ରଥ ନିର୍ଦ୍ଦେଶକଙ୍କ ପରାମର୍ଶକ୍ରମେ ରଥଟଣା ଆରମ୍ଭ ହୋଇଛି।