ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ଶ୍ରୀଜିଉଙ୍କ ସୁନାବେଶ । ସିଂହଦ୍ୱାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାବିଗ୍ରହ । ବର୍ଷବ୍ୟାପୀ ରତ୍ନବେଦିରେ ସୁନାବେଶରେ ଦର୍ଶନ ଦେଉଥିବା ମହାବାହୁ ମହଣ ମହଣ ରତ୍ନଖଚିତ ସୁବର୍ଣ୍ଣ ଅଳଙ୍କାର ପିନ୍ଧି ବଡ଼ଦାଣ୍ଡରେ ଦେବେ ଦର୍ଶନ ।

ସୁନାର କିରିଟ, କୁଣ୍ଡଳ, ରତ୍ନଖଚିତ ଘାଗଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ହରିଡ଼ା କଦମ୍ୱ ମାଳି, ବାଘନଖୀ ମାଳି, ସେବତୀ ମାଳି, ହଳମୁଷଳ, ଚକ୍ର, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା, ତଡ଼ଗି ଆଦି ଆଭୂଷଣରେ ହେବେ ଆଭୂଷିତ । ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ସୁନାବେଶ ପାଇଁ ସ୍ୱତନ୍ତ୍ର ନୀତି ନିର୍ଘଂଟ ହୋଇଛି । ନିର୍ଘଂଟ ନୀତି ଅନୁଯାୟୀ, ଅପରାହ୍ନ ୫ଟାରୁ ସୁନାବେଶ ଆରମ୍ଭ ହେବ ।

You May Also Like

More From Author

+ There are no comments

Add yours