ଶବ୍ଦ ଓଡିଶା ବ୍ୟୁରୋ: ଟ୍ରକ୍କୁୁ ଧକ୍କା ଦେଲା ଓଏସଆରଟିସି ବସ୍। ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମ୍ବଲପୁର ଜିଲ୍ଲା ଜମନକିରା ଥାନା ଅନ୍ତର୍ଗତ ବାଇପାସ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଡାକ୍ତରଖାନାରେରେ ଭର୍ତ୍ତି କରାଯାଇଛି।
ରାତି ପ୍ରାୟ ୩ଟା ସମୟରେ ଓଏସଆରଟିସି ବସ୍ଟି ପ୍ରାୟ ୨୫ ଜଣ ଯାତ୍ରୀଙ୍କୁ ନେଇ କେନ୍ଦୁଝରରୁ ବଲାଙ୍ଗିର ଅଭିମୁଖେ ଯାଉଥିଲା। ଏହି ସମୟରେ ବାଇପାସ ରାସ୍ତାରେ ବସ୍ଟି ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଡ୍ରାଇଭର ସମେତ ୮ ଜଣ ଯାତ୍ରୀ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି।
