ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସହ ଅନ୍ୟ ୯ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରେ ଧରମରାଓ ଅତରମ, ସୁନୀଲ ବାଲସାଡେ, ଅଦିତି ତାଟକାରେ, ହାସନ ମୁଶରିଫ, ଚଗନ ଭୁଜବଳ, ଧନଞ୍ଜୟ ମୁଣ୍ଡେ, ଅନୀଲ ପାଟିଲ, ଦିଲୀପ ଭାଲସେ ପାଟିଲ ମଧ୍ୟ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ହୋଇଛନ୍ତି । ଅଜିତ ପାୱାରଙ୍କ ଶପଥ ପାଠ ପରେ ମହାରାଷ୍ଟ୍ରରେ ଦୁଇ ଜଣ ଉପ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ପୂର୍ବରୁ ବିଜେପି ନେତା ଦେବେନ୍ଦ୍ର ଫଡନାଭିସ ଉପ ମୁଖ୍ୟମନ୍ତ୍ରୀ ପଦରେ ଥିବା ବେଳେ ଆଜି ଅଜିତ ପାୱାର ଉପ ମୁଖ୍ୟମନ୍ତ୍ରୀ ହୋଇଛନ୍ତି।