Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ରଥଯାତ୍ରାଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ଶୃଙ୍ଖଳିତ କାର୍ଯ୍ୟ ପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଧିକାରୀ ଓ କର୍ମଚାରୀମାନଙ୍କୁ ଦାୟିତ୍ୱ ଦିଆଯାଇଥିଲା । ନିଳାଦ୍ରୀ ବିଜେ ପରେ ଅନ୍ୟ ଜିଲ୍ଲାରୁ ଓ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆସିଥିବା ଅଧିକାରୀମାନଙ୍କୁ ସେମାନଙ୍କ ମୂଳ ଦାୟିତ୍ୱସ୍ଥଳକୁ ଫେରାଇ ଦିଆଯାଇଛି। ଏହି ଉପଲକ୍ଷେ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ଟାଉନହଲ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ଅଧ୍ୟକ୍ଷତା କରିଥିଲେ ।

ସେ କହିଥିଲେ ମହାପ୍ରଭୁଙ୍କ କାମ ଭାଗ୍ୟରେ ଥିଲେ ମିଳେ, ଯେଉଁମାନେ ଏହି ରଥଯାତ୍ରା ଦାୟିତ୍ୱରେ ଆସିଥିଲେ ସେମାନେ ନିଶ୍ଚିତ ନିଜକୁ ସୌଭାଗ୍ୟବାନ ବୋଲି ମନେ କରିବା ଉଚିତ । ଅତିରିକ୍ତ ସଚିବ ବିନୟ କୁମାର ଦାଶ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଡ ଶରତ ଚନ୍ଦ୍ର ମହାପାତ୍ର, ଉପଜିଲ୍ଲାପାଳ ଭବତାରଣ ସାହୁ, ପୂର୍ତ୍ତ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ରଶ୍ମି ରଞ୍ଜନ ସାହୁ ପ୍ରମୁଖ ଯୋଗଦେଇ ରଥଯାତ୍ରା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଶାନ୍ତିଶୃଙ୍ଖଳାର ସହ ସମାପନ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଓ ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ପରେ ସମସ୍ତଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ଗୋପିନାଥ ମିଶ୍ର, ଜିତେନ୍ଦ୍ର ପାତ୍ର, ପ୍ରଶାନ୍ତ କୁମାର ଜେନା,ରାକେଶ କୁମାର ପଣ୍ଡା, ନିରଞ୍ଜନ ବାରିକ,ରାମଚନ୍ଦ୍ର ପଟ୍ଟନାୟକ, ଅତିରିକ୍ତ ପୌର ନିର୍ବାହୀ ଅଧିକାରୀ ମନୋଜ କୁମାର ବେହେରା, ସହକାରୀ ଜିଲ୍ଲାପାଳ ରାଜ ବଲ୍ଲଭ ନାୟକ ପ୍ରମୁଖ ଯୋଗ ଦେଇ କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *