Wed. Oct 14th, 2026
rain flows down from a roof down

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଆଜିଠୁ ହୋଇପାରେ ବର୍ଷା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ରହିଛି । ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ବର୍ଷା ପାଇଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲା‌ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

rain flows down from a roof down

Leave a Reply

Your email address will not be published. Required fields are marked *