Wed. Oct 14th, 2026
rain flows down from a roof down

୬ ତାରିଖରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି । ଏବଂ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଉପକୂଳରେ ବାୟୁମଣ୍ଡଳର ୧.୫ କିମି ରୁ ୭.୬ କିମି ମଧ୍ୟରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି ଓ ମୌସୁମୀ ନିମ୍ନ ଚାପ ରେଖା ଆଜି ରାଜସ୍ଥାନର ଗଙ୍ଗାନଗର ରୁ ବାହାରି, ଦିଲ୍ଲୀ, ଆଲିଗଡ, ହମିରପୁର, ପ୍ରୟାଗରାଜ, ଡାଲଟନଗଞ୍ଜ, ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ୱର ରୁ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି ।ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ମାଲକାନଗରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏଥିସହ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ୧୯ ଜିଲ୍ଲାକୁ ମଧ୍ୟ ଆର୍ଲଟ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ମଧ୍ୟ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ହଳଦିଆ ଚେତାବନୀ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *