Sun. Nov 29th, 2026


ରାୟଗଡ:-ତା 8/07-ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ତତ୍ତ୍ବାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ଜିଲ୍ଳାସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି l ଏହି ଲୋକ ଅଦାଲତରେ ରାୟଗଡା ମୁଖ୍ୟ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁର ରେ ଦୀର୍ଘ ଦିନ ଧରି ପଡିରହିଥିବା ୪୫୬ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ.୩୬୨୬୦୨୫ ( ଛତିସ ଲକ୍ଷ ଛବିଶ ହଜାର ପଚିସ ଟଙ୍କା) ଆଦାୟ ହୋଇଛି l ସେହିପରି ରାଜସ୍ବ ସମ୍ବନ୍ଧିତ ୪୩୪ ଟି ମାମଲା ଫଇସଲା ହୋଇଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ପରିଚାଳନା କରିଥିଲେ I ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ଅମୃତ ରଞ୍ଜନ ନନ୍ଦ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ରୀନା ଚୌଧୁରୀ, ମୁଖ୍ୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ମିନାକ୍ଷୀ ପ୍ରିୟଦର୍ଶିନି, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସୋନଲ ଶର୍ମା, ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ସୌମ୍ୟରୂପ ସାହୁ, ଅନୁବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ଗ୍ରାମ୍ୟ ନ୍ୟାୟାଧିକାରୀ ଶ୍ରୀ ଚନ୍ଦନ ଦେହୁରୀ ପ୍ରମୁଖ ଯୋଗଦେଇଥିଲେ l ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତ ର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେ l

Leave a Reply

Your email address will not be published. Required fields are marked *