ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜିଠୁ ଆସନ୍ତାକାଲି ସକାଳ ଯାଏଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ରାଜ୍ୟର ବର୍ଷା ସ୍ଥିତିକୁ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ । ଜୁନ ୧ରୁ ଜୁଲାଇ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକ ଠାରୁ ୨୫ପ୍ରତିଶତ କମ୍ ବର୍ଷା ହୋଇଥିବା କହିଛନ୍ତି । କଳାହାଣ୍ଡିରେ ସବୁଠାରୁ କମ୍ ବର୍ଷା ହୋଇଛି ।

You May Also Like

More From Author

+ There are no comments

Add yours