Thu. Oct 15th, 2026

ନେପାଳରେ ପୁଣି ହେଲିକପ୍ଟର କ୍ରାଶ୍। ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ନେପାଳର ମାଉଣ୍ଟ ଏଭରେଷ୍ଟ ନିକଟ ଲାମଜୁରାରେ କ୍ରାଶ୍‌ କରି ଯାଇଥିବା ଜଣାଯାଇଛି। ସକାଳ ପ୍ରାୟ ୧୦ଟା ୧୫ମିନିଟରେ ହେଲିକପ୍ଟର ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଥିଲା ଓ ତାହା ନିଖୋଜ ହୋଇ ଯାଇଥିଲା।ହେଲିକପ୍ଟରଟି କାଠମାଣ୍ଡୁର ମ୍ୟାନେଜ ଏୟାରଲାଇନ୍ସର ହେଲିକପ୍ଟର ବୋଲି ଜଣାଯାଇଛି। ଏହି ଏୟାରଲାଇନ୍ସ ସଂସ୍ଥା ଦେଶରେ ଭଡ଼ା ବାବଦରେ ହେଲିକପ୍ଟର ଯୋଗାଇଥାଏ।

Leave a Reply

Your email address will not be published. Required fields are marked *