ରାଜ୍ୟରେ ମୌସୁମୀ ବର୍ଷା ଜାରି: ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ମୌସୁମୀ ଜନିତ ବର୍ଷା ବିଭିନ୍ନ ସ୍ଥାନରେ ବର୍ଷା । ୨୪ ଘଂଟାରେ ରାଜ୍ୟରେ ହାରାହାରି ୯.୯ ମିମି ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ୱାଭାବିକ ବର୍ଷା ୯.୮ ମିମି ତୁଳନାରେ ପଏଣ୍ଟ ୱାନ୍ ପ୍ରତିଶତ ଅଧିକ ରହିଛି । ଅପରାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୬ଟି ଜିଲ୍ଲାରେ ଏହି ସମୟ ଅବଧି ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

You May Also Like

More From Author

+ There are no comments

Add yours