ହୋଟେଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ଶବ୍ଦ ଓଡିଶା ବ୍ୟୁରୋ: ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନର ଏକ ହୋଟେଲରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ ଯୁବତୀ ଜଣଙ୍କ ଘର ବ୍ରହ୍ମଗିରି ଅଞ୍ଚଳର ବୋଲି ଜଣାପଡିଛି । ସେ ଏକ ମୋବାଇଲ କମ୍ପାନୀରେ କାମ କରୁଥିଲେ। ଯୁବତୀ ଜଣଙ୍କ କମ୍ପାନୀ କାମରେ ନିଜର ସହକର୍ମୀଙ୍କ ସହ ଭୁବନେଶ୍ୱର ଆସିଥିଲେ। ହୋଟେଲର ଗୋଟିଏ ରୁମରେ ଯୁବତୀ ତାଙ୍କ ସହକର୍ମୀ ରହିଥିଲେ। ଆଜି ସକାଳେ ହୋଟେଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା।
ଯୁବତୀଙ୍କ ସାଙ୍ଗରେ ଆସିଥିବା ସହକର୍ମୀଙ୍କର କୌଣସି ପତ୍ତା ମିଳୁନାହିଁ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲକୁ ପଠାଇଛି।

You May Also Like

More From Author

+ There are no comments

Add yours