ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତା ୨୬ ତାରିଖରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏସସିବି ମେଡିକାଲ କଲେଜ ଛାତ୍ର ସଂସଦର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଏସସିବି ଗସ୍ତରେ ଆସୁଥିବାରୁ କାର୍ଯ୍ୟକ୍ରମକୁ ବ୍ୟାପକ ଭାବେ ଆୟୋଜନ କରିବା ପାଇଁ ଛାତ୍ର ସଂସଦ ସହିତ ମେଡିକାଲ କଲେଜ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷ ପ୍ରସ୍ତୁତି ଚଳାଇଛନ୍ତି ।

ଆଜି ଏସସିବି କଲେଜ କାଉନସିଲ୍ ବୈଠକ ଡକାଯାଇଛି । କଟକ ପରେ ୨୭ରେ ରାଷ୍ଟ୍ରପତି ଭଦ୍ରକ ଗସ୍ତ କରିବେ । ରାଷ୍ଟ୍ରପତି ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଭଦ୍ରକ ମହାବିଦ୍ୟାଳୟ ଓ ପ୍ରଶାସନ ଚଳଚଂଚଳ ହୋଇପଡ଼ିଛି ।

You May Also Like

More From Author

+ There are no comments

Add yours