ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା, ସ୍କାଏମେଟର ଆକଳନ ଆସୁଛି 2ଟି ଲଘୁଚାପ

ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାୱନା । ଓଡିଶାରେ ଆହୁରି ସକ୍ରିୟ ହେବ ମୌସୁମୀ । ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ପୂର୍ବାନୁମାନ କରିଛି । ୧୬ ତାରିଖ ବେଳକୁ ଉତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଆଜି ନୂଆପଡ଼ା, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ବୌଦ୍ଧ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାର କେତେକ ଅଞ୍ଚଳରେ ବର୍ଷା ହୋଇପାରେ । ୧୫ ତାରିଖ ଦିନ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

You May Also Like

More From Author

+ There are no comments

Add yours