ଆସନ୍ତା ୩ରୁ ୪ ଦିନ ବର୍ଷା ସମ୍ଭାବନା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ବର୍ଷା ସମ୍ଭାବନା । ଆସନ୍ତା ୩ରୁ ୪ ଦିନ ବର୍ଷା ସମ୍ଭାବନା ରହିଛି ।କାଲିସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ବଢ଼ିବ ବର୍ଷାର ପରିମାଣ ।
ଏହାକୁ ଦୃଷ୍ଟିରେ ରଖି ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଶୁକ୍ରବାର ଦିନ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

You May Also Like

More From Author

+ There are no comments

Add yours