ଆସୁଛି ବଡ଼ ବର୍ଷା, ବର୍ଷା ନେଇ ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି । ଏହି ଘୂର୍ଣ୍ଣିବଳୟ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ଦୁଇ ଦିନ ଭିତରେ ଉତର ଓଡ଼ିଶା ଓ ଏହାସହ ଲାଗି ରହିଥିବା ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଗତି କରିବ । ୧୮ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃ୍ଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଆଜି ଏବଂ କାଲି ସକାଳ ପର୍ଯ୍ୟନ୍ତ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୭ଟି ଜିଲ୍ଲା ପାଇଁ ଅଂରେଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ଝାରରସୁଗୁଡା,ବରଗଡ଼, ନୂଆପଡ଼ା, କଳାହାଣ୍ଡି, କେରାପୁଟ ଓ ନବରଙ୍ଗପୁର । ପାଣିପାଗ ବିଭାଗର ଆକଳନ ପରେ ସତର୍କ କରିଛନ୍ତି ଏସଆରସି । ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

You May Also Like

More From Author

+ There are no comments

Add yours