ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ଜାରି ରହିଛି ବର୍ଷା ପାଗ । ପ୍ରବଳ ବର୍ଷାନେଇ ଆଜି ୧୫ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ଦେବଗଡ଼, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କେନ୍ଦୁଝର, ଝାରସୁଗୁଡା, ବରଗଡ଼, କନ୍ଧମାଳ ।
ସେହିପରି ୧୮ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାଜନିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ସମୟରେ ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି ।

You May Also Like

More From Author

+ There are no comments

Add yours