କାରକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ ୬ଜଣଙ୍କ ମୃତ୍ୟୁ

ଶବ୍ଦ ଓଡିଶା ବ୍ୟୁରୋ: ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କାରକୁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ୬ଜଣଙ୍କ ମୃତ୍ୟୁ ହୋଇଛି । ଜଣେ ଗୁରୁତର ମେଡିକାଲରେ ଚିକିତ୍ସିତ ଅଛନ୍ତି । ସାଗର ଜିଲ୍ଲା ସାନୋଧା ଥାନା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛନ୍ତି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲା, କିନ୍ତୁ ଟିମ୍ ପହଞ୍ଚିବା ବେଳକୁ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ପଳାଇ ଯାଇଥିଲେ । କାରର ମାଲିକ ଅତୁଲ ଦୁବେଙ୍କର ଅଟନ୍ତି । ଏଥିରେ ତାଙ୍କ ପୁଅ ଅମରଦୀପ ଗୁରୁତର ଆହତ ହୋଇଥିଲେ । ଅମରଦୀପ ହେଉଛନ୍ତି କଂଗ୍ରେସ ନେତା ତଥା ପୂର୍ବ ପ୍ରଦେଶ ଉପାଧ୍ୟକ୍ଷ ଅମିତ ରାମଜୀ ଦୁବେଙ୍କ ଭଣଜା। ଆହତ ଅମରଦୀପଙ୍କୁ ସାଗରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କାରରେ ଯାଉଥିବା ସମସ୍ତଙ୍କର ମୃତ୍ୟୁ ହୋଇଛି । କାରରେ ଡ୍ରାଇଭରଙ୍କ ସମେତ ୭ ଜଣ ଥିଲେ ।

You May Also Like

More From Author

+ There are no comments

Add yours