ଚିତାଲାଗି ଅମାବାସ୍ୟା,୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ପବିତ୍ର ଚିତାଲାଗି ଅମାବାସ୍ୟା। ଶ୍ରୀମନ୍ଦିରେ ହେବ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି। ମହାପ୍ରଭୁଙ୍କ ଠାରେ ରତ୍ନ ଖଚିତ ସୁବର୍ଣ୍ଣ ଚିତା ଲାଗି କରାଯିବ।ସ୍ନାନପୂର୍ଣ୍ଣିମା ପୂର୍ବରୁ ରତ୍ନଖଚିତ ସ୍ୱର୍ଣ୍ଣ ଚିତାକୁ କାଢ଼ି ଦିଆଯାଇଥାଏ । ତାକୁ ପୁଣି ଥରେ ଚିତାଲାଗି ଅମାବାସ୍ୟାରେ ଲାଗି କରାଯାଏ।

ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ରତ୍ନ ସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟ ଶେଯ ଘରକୁ ବିଜେ କରିଥାନ୍ତି । ଏହା ପରେ ଶ୍ରୀଜିଉଙ୍କ ଝୋବା ମଇଲମ ହୋଇ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ । ପରେ ପତି ମହାପାତ୍ର, ବାଡ଼ଗ୍ରାହୀ ଦଇତାମାନେ ରତ୍ନ ସିଂହାସନାଧିଷ୍ଠିତ ଶ୍ରୀଜିଉଙ୍କର ଚିତା ଲାଗି କାର୍ଯ୍ୟ କରିଥାନ୍ତି ।

You May Also Like

More From Author

+ There are no comments

Add yours