Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ଚାଲିଛି ବନ୍ଦ ପାଳନ । ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ, କଲେଜ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ଗାଡି ମୋଟର ଚଳାଚଳ ମଧ୍ୟ ବନ୍ଦ ରହିଛି । ବନ୍ଦରେ ୨୦ରୁ ଅଧିକ ସଙ୍ଗଠନ ସାମିଲ ହୋଇଛି ।
ପ୍ରବଳ ବର୍ଷା ହେଉଥିଲେ ମଧ୍ୟ ସ୍ଥାନୀୟ ଇନ୍ଦିରା ଛକ ନିକଟରେ ଜିଲ୍ଲା ସଂଘର୍ଷ ସମିତିର କର୍ମକର୍ତ୍ତାମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ।

Leave a Reply

Your email address will not be published. Required fields are marked *