କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ, ପରେ ଏହା ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ କାଲିଠୁ ବର୍ଷା ଲାଗି ରହିବ । ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ହେବ । ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ସେହିଭଳି ୧୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

You May Also Like

More From Author

+ There are no comments

Add yours