ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ପ୍ରଭାବରେ ଆଜି ପ୍ରବଳ ବର୍ଷିବ

ଶବ୍ଦ ଓଡିଶା ବ୍ୟୁରୋ: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ବାୟୁମଣ୍ଡଳରେ ସମୁଦ୍ର ପତନଠାରୁ ୭ ଦଶମିକ ୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ବର୍ଷା ହୋଇପାରେ ।

ଆଜି ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିପରି ଗଞ୍ଜାମ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ନବରଙ୍ଗପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ଦେବଗଡରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

You May Also Like

More From Author

+ There are no comments

Add yours