୨୪ ତାରିଖ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: ଉତର-ପଶ୍ଚିମ ପାଶ୍ୱବର୍ତୀ ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଆସନ୍ତା ଦୁଇ ଦିନ ଯାଏଁ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ବିଭିନ୍ନ ସ୍ଥାନରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିପରି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୁସ୍ଖଳନ ହୋଇପାରେ । ସତର୍କ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

You May Also Like

More From Author

+ There are no comments

Add yours