ଓଡ଼ିଶା ହାଇକୋର୍ଟର ପରବର୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର

ଶବ୍ଦ ଓଡିଶା ବ୍ୟୁରୋ: ଓଡ଼ିଶା ହାଇକୋର୍ଟର ପରବର୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ଜଷ୍ଟିସ୍ ତାଳପତ୍ରଙ୍କ ନାଁରେ ମୋହର ମାରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ମାସରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍ ମୁରଲୀଧର ଅବସର ନେବେ । ଏହା ପରେ ଦାୟିତ୍ୱ ତୁଲାଇବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି । ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଛନ୍ତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ।

You May Also Like

More From Author

+ There are no comments

Add yours