Wed. Oct 14th, 2026

ଇମ୍ଫାଲ : ମଣିପୁରରେ ମହିଳାମାନଙ୍କୁ ଉଲଗ୍ନ କରି ପରେଡ କରାଯିବା ଘଟଣା ସମଗ୍ର ଦେଶକୁ ଲଜ୍ଜାଜନକ କରିଛି। ଏହି ଘଟଣା ମେ ୪ରେ ଘଟିଥିଲା। ଯାହାର ଭିଡିଓ ଜୁଲାଇ ୧୯ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହା ପରେ ମଣିପୁର ସରକାର ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ମୋଟ ୪ ଜଣଙ୍କୁ ଗିରଫ କରିଛନ୍ତି। ଦୀର୍ଘ ଅଢ଼େଇ ମାସ ଧରି ଭାଜପା ଶାସିତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଂଘର୍ଷ ଲାଗିରହିଥିବାବେଳେ ୨ ଜଣ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଯାଉଥିବା ବେଳର ଭିଡିଓ ସାମାଜିକ ଗଣମାଧ୍ୟମରେ ବହୁଳ ପ୍ରସାରିତ ହୋଇଛି। ୨ ପୀଡ଼ିତାଙ୍କୁ ନିକଟସ୍ଥ ଚାଷଜମିରେ ଗଣବଳାତ୍କାର କରାଯାଇଥିବା ନେଇ ଏକ ଆଦିବାସୀ ସଙ୍ଗଠନ ଅଭିଯୋଗ ଆଣିଛି। ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଏହାସହ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓ ଶେୟାର ନ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି

Leave a Reply

Your email address will not be published. Required fields are marked *