୫ ଦିନ ଲାଗି ରହିବ ବର୍ଷା: ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଶବ୍ଦ ଓଡିଶା ବ୍ୟୁରୋ: ପଶ୍ଚିମ କେନ୍ଦ୍ରୀୟ ଓ ଉତର ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ସୁଦୃଶ ଲଘୁଚାପ । ୫ ଦିନ ଧରି ଲାଗି ରହିବ ବର୍ଷା । ଆଜି ମଧ୍ୟାହ୍ନ ସୁଦ୍ଧା ମାଲକାନଗିରି ଓ କୋରାପୁଟରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଆଜି ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ନୂଆପଡା, ଗଜପତି, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

You May Also Like

More From Author

+ There are no comments

Add yours