ଓଏଏସ ଅଫିସରସ୍ତରରେ ଅଦଳବଦଳ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟ ସରକାର ଓଏଏସ୍ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସ୍ୱତନ୍ତ୍ର ସଚିବ ତଥା ରାଜ୍ୟ ଜନଜାତି ନିର୍ଦ୍ଦେଶକ ଶ୍ରୀକାନ୍ତ ତରାଇଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି ।

ନାରାୟଣପାଟଣା ତହସିଲଦାର ଯଦୁମଣି ନାଏକଙ୍କୁ ନବରଙ୍ଗପୁର ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛି । ଗୋସାଣୀ ବିଡିଓ ନୀଳମାଧବ ମାଝୀଙ୍କୁ ଗଜପତି ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ. ହେମଗିରି ତହସିଲଦାର ଭିକ୍ଟୋରିଆ ଏକ୍କାଙ୍କୁ ଝାରସୁଗୁଡ଼ା ଉପଜିଲ୍ଲାପାଳ ଓ ପାପଡ଼ାହାଣ୍ଡି ତହସିଲଦାର ଯୋଗେଶ୍ୱର ଭୋଇଙ୍କୁ ନୂଆପଡ଼ା ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛି।

You May Also Like

More From Author

+ There are no comments

Add yours