୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ କିଛି ଅଞ୍ଚଳରେ ବର୍ଷା ଜାରି । ଆଜିି ୧୪ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୩୧ତାରିଖରୁ ଆହୁରି ବଢ଼ିବ ବର୍ଷାର ବିସ୍ତୃତି । ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି । ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧ ତାରିଖ ଦିନ ମଧ୍ୟ ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

You May Also Like

More From Author

+ There are no comments

Add yours