ଶବ୍ଦ ଓଡିଶା ବ୍ୟୁରୋ: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ଅଗଷ୍ଟ ୪ ଯାଏଁ ବର୍ଷା ଜାରି ରହିବ । ଏହର ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । କେନ୍ଦ୍ରାପଡ଼ା, ଜଗତସିଂହପୁର. ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୨୦ଟି ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା ଭଦ୍ରକ, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ । ସେହିପରି ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ମଧ୍ୟ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷର ସମ୍ଭାବନା ରହିଛି ।
+ There are no comments
Add yours