ରାଜ୍ୟରେ ଆଉ ୨ଦିନ ବର୍ଷା!

ଶବ୍ଦ ଓଡିଶା ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଆଜି ପାଇଁ ମଧ୍ୟ କିଛି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ସୁନ୍ଦରଗଡ଼, କଟକ ଓ ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି ।

କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ । ଆଜି ରାଜଧାନୀ ଓ ଆଖପାଖ ଅଞ୍ଚଳର ପାଗ ସମ୍ପୂର୍ଣ୍ଣ ମେଘୁଆ ରହିବ ।

You May Also Like

More From Author

+ There are no comments

Add yours