Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ପଶ୍ଚିମ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ତ୍ସାହ, ଉଦ୍ଦିପନାର ସହ ପାଳିତ ହେଉଛି ସମ୍ବଲପୁରୀ ଦିନ । ଅଗଷ୍ଟ ପହିଲାରେ ଗୁରୁ ସ୍ୱର୍ଗତ ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନ। ତାଙ୍କରି ଜନ୍ମଦିନକୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ସମ୍ବଲପୁରୀ ଦିନ୍ ଭାବେ ପାଳନ କରାଯାଉଛି। ତେଣୁ ସ୍ୱର୍ଗତ ବହିଦାରଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏବଂ ସମ୍ବଲପୁରୀ ସଂସ୍କୃତିକୁ ତାଙ୍କ ଅବଦାନର ସମ୍ମାନ ସ୍ୱରୂପ ଜିଲ୍ଲା ପ୍ରଶାସନ ଏଭଳି ପଦକ୍ଷେପ ନେଇଛି।

ଏହି ଦିନ ସମ୍ବଲପୁର ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କୁ ସମ୍ବଲପୁରୀ ପୋଷାକ ପିନ୍ଧି କାର୍ଯ୍ୟାଳୟରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଜିଲ୍ଲାପାଳ ସମ୍ବଲପୁର ମ୍ୟୁନିସିପାଲ୍ କର୍ପୋରେସନ୍, ସମସ୍ତ ଉପଜିଲ୍ଲାପାଳ, ଜିଲ୍ଲାର ସବୁ ବିଡିଓ, ତହସିଲଦାର ଓ ବିଭାଗୀୟ ମୁଖ୍ୟମାନଙ୍କୁ ଚିଠି କରି ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *