Wed. Oct 14th, 2026

ଶବ୍ଦ ଓଡିଶା ବ୍ୟୁରୋ: ଦୀର୍ଘ ତିନି ମାସ ଧରି ବନ୍ଦ ରହିବା ପରେ ଆଜିଠାରୁ ସାଧାରଣ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ। ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିଥାଏ ଭିତରକନିକା। ଆଜିଠୁ ଭିତରକନିକା ଖୋଲୁ ଥିବାରୁ ପର୍ଯ୍ୟଟକମାନେ ବେଶ୍‌ ଖୁସି ଅଛନ୍ତି।

ଭିତରକନିକାରେ ପ୍ରବେଶ କରିବା ପାଇଁ ଆଗ୍ରହୀ ଥିବା ପର୍ଯ୍ୟଟକ ଡାଙ୍ଗମାଳ, ଖୋଳା ଏବଂ ଗୁପ୍ତି, ପ୍ରଭୁତି ତିନୋଟି ପ୍ରବେଶ ପଥ ଦେଇ ଭିତରକନିକା ମଧ୍ୟକୁ ପ୍ରବେଶ କରିପାରିବେ। ବନବିଭାଗ ପକ୍ଷରୁ ୧୪ଟି ସରକାରୀ ଓ ୬୪ଟି ଘରୋଇ ବୋଟ ପ୍ରସ୍ତୁତ ରଖାଯାଇଛି। ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବା ନିମନ୍ତେ ପରିଚୟ ପତ୍ର ଦେଖାଇବାକୁ ବାଧ୍ୟତାମୂଳକ କରାଯାଇଛି। ସେମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୬ଟି ବ୍ୟାଟେରୀ ଗାଡିର ବ୍ୟବସ୍ଥା କରିଛି ବନବିଭାଗ l

Leave a Reply

Your email address will not be published. Required fields are marked *