Thu. Oct 15th, 2026

ବ୍ଦ ଓଡିଶା ବ୍ୟୁରୋ: ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ କୋଲନରା ବ୍ଲକ କଟିକଣା ଗ୍ରାମ ପଞ୍ଚାୟତ ସଦର ମହକୁମା ସ୍ଥିତ ପଞ୍ଚାୟତ ସଭାଗୃହରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ , ଉପ ଜିଲ୍ଲାପାଳ ଭୀମସେନ ଶବର, ରାୟଗଡ ଆଦିବାସୀ ଉନ୍ନୟନ ସସ୍ଥା, ପ୍ରକଳ୍ପ ପ୍ରଶାସକ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l
ଶିବିରରେ ମୋଟ 32ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ24ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ 8ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା । ଏହି ଅଭିଯୋଗ ଶୁଣାଣି ଶିବିରରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସମେତ କୋଲନରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୌରଚନ୍ଦ୍ର ପଟ୍ଟନାୟକ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ, ନିର୍ବାହୀ ଯନ୍ତ୍ରୀ ଉଠା ଜଳସେଚନ, ଚାନ୍ଦିଲି ଥାନା ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ ।
ଅଭିଯୋଗ ଗୁଡିକରେ ବିଶେଷ କରି ରାସ୍ତା, ପାନୀୟ ଜଳ, ବିଦ୍ୟୁତିକରଣ, ଆଦି ନିମନ୍ତେ ଦରଖାସ୍ତ ଆସିଥିବା ଜଣାପଡ଼ିଥିଲା । ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

Leave a Reply

Your email address will not be published. Required fields are marked *