ରାଜ୍ୟରେ ପ୍ରବଳ ବର୍ଷା: ୪ ଜିଲ୍ଲା ପାଇଁ ରେଡ୍, ୯ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

କେନ୍ଦୁଝର, ଦେଓଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ଗଭୀର ଅବପାତ ପ୍ରଭାବରେ ଓଡ଼ିଶା ଉପକୂଳରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

You May Also Like

More From Author

+ There are no comments

Add yours