ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଲାଗି ରହିଥିବାରୁ ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି।
ମୁଖ୍ୟତଃ କେନ୍ଦୁଝର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଏବଂ ମୟୂରଭଞ୍ଜ ଓ ନୟାଗଡ଼ ଆଦି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି।
