ଆଜି ୧୦ ଜିଲ୍ଲାକୁ ‌ରେଡ୍‌, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଦୁଇ ଦିନ ହେଲା ଉତ୍ତର ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ଜାରି ରହିଛି । ଅନେକ ସ୍ଥାନରେ ଭୀଷଣ ବର୍ଷା ହେବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

ପୂର୍ବାହ୍ନ ଯାଏଁ ୧୦ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ. ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇ ସତର୍କ ରହିବାକୁ ନିର୍ଦ୍ଦେଶ ରହିଛି ।

You May Also Like

More From Author

+ There are no comments

Add yours