Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: କେନ୍ଦୁଝର ସଦର ଥାନା ୪୯ ନମ୍ବର ଜାତୀୟ ରାଜପଥର ମହୁଲଡିହା ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଲୁହା ଚାଦର ବୋଝେଇ ଟ୍ରକ୍‌କୁ ଧକ୍କା ଦେଇ ଆଲୁମିନିୟମ ବୋଝେଇ ଟ୍ରକ୍‌ରେ ନିଆଁ ଲାଗିଯାଇଥିଲା। ଗାଡ଼ିରେ ଥିବା ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ମୃତ ଡ୍ରାଇଭରଙ୍କ ପରିଚୟ ମିଳିନାହିଁ । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ପୁଲିସ ଦୁଇଟି ଟ୍ରକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Leave a Reply

Your email address will not be published. Required fields are marked *