ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର

ଶବ୍ଦ ଓଡିଶା ବ୍ୟୁରୋ: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇବେ। ଜଷ୍ଟିସ ଏସ.ମୁରଲୀଧରଙ୍କ ଅବସର ପରେ ଜଷ୍ଟିସ ଶୁଭାଶିଷ ତାଳପତ୍ର ନୂଆ ଦାୟିତ୍ୱ ଗ୍ରହଣ କରିବେ ।
ଗତ ମାସ ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ନାଁ ସୁପାରିଶ କରିଥିଲେ ସୁପ୍ରିମକୋର୍ଟ କଲିଜିୟମ୍ । ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ରହିଥିଲେ । ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଛନ୍ତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ।

You May Also Like

More From Author

+ There are no comments

Add yours