ରାୟଗଡା ଅତିରିକ୍ତ ଜିଲ୍ଳାପାଳ ଭାବେ ରାମେଶ୍ୱର ପ୍ରଧାନଙ୍କ ଯୋଗଦାନ

ଶବ୍ଦ ଓଡିଶା ବ୍ୟୁରୋ: ରାୟଗଡାର ଅତିରିକ୍ତ ଜିଲ୍ଳାପାଳ ଭାବେ ରାମେଶ୍ୱର ପ୍ରଧାନ କାର୍ଯ୍ୟରେ ଯୋଗଦାନ କରିଛନ୍ତି । ନୂତନ ଅତିରିକ୍ତ ଜିଲ୍ଳାପାଳ ଶ୍ରୀ ପ୍ରଧାନଙ୍କୁ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ତଥା କର୍ମଚାରୀମାନେ ସ୍ୱାଗତ କରିଥିଲେ । ପୂର୍ବରୁ କୋରାପୁଟ ଜିଲ୍ଳାର ଅତିରିକ୍ତ ଜିଲ୍ଳାପାଳ ଭାବେ ପାଖାପାଖି ୨ବର୍ଷ ଧରି ନିଜ ଦାୟିତ୍ୱ ତୁଲାଇଥିଲେ ।
ମାଲକାନଗିରି ଜିଲ୍ଳାରେ ଉପଜିଲ୍ଳାପାଳ ଭାବେ ଦୀର୍ଘ ୩ବର୍ଷରୁ ଉର୍ଦ୍ଧ ସମୟ ଧରି ଦାୟିତ୍ୱ ତୁଲାଇ ଥିଲେ । ବର୍ତମାନ ରାୟଗଡା ଜିଲ୍ଳା ଅତିରିକ୍ତ ଜିଲ୍ଳାପାଳ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଜିଲ୍ଳାର ବିକାଶରେ ପ୍ରଶାସନିକ କ୍ଷେତ୍ରରେ ଆବଶ୍ୟକ ସମସ୍ତ ଦାୟିତ୍ୱକୁ ସୂଚାରୁ ରୂପେ ତୁଲାଇବେ ବୋଲି ପ୍ରକାଶ କରିଛନ୍ତି ।

You May Also Like

More From Author

+ There are no comments

Add yours