ଅନାସ୍ଥା ପ୍ରସ୍ତାବକୁ ନେଇ ମହାବିତର୍କ, ଗୃହରେ ଉତ୍ତର ରଖିବେ ପ୍ରଧାନମନ୍ତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୃହରେ ବିବୃତି ରଖିବେ । ଅନାସ୍ଥା ପ୍ରସ୍ତାବକୁ ନେଇ ସଂସଦରେ ଦୁଇ ଦିନ ହେବ ବିତର୍କ ଚାଲିଛି । ତୃତୀୟ ଦିନରେ ପ୍ରଧାନମନ୍ତ୍ରୀ ବିବୃତି ରଖିବେ ବୋଲି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ସ୍ପଷ୍ଟ କରିଛନ୍ତି । ତେଣୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଣ କହିବେ ତା’ଉପରେ ସମସ୍ତଙ୍କ ନଜର । ମଣିପୁରରେ ଦୁଇ ମହିଳାଙ୍କୁ ନିର୍ଯାତନା ଘଟଣାରେ ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ।

ପ୍ରଧାନମନ୍ତ୍ରୀ ଏହି ପ୍ରସଙ୍ଗରେ ସଂସଦରେ ଉତ୍ତର ରଖନ୍ତୁ ବୋଲି ବିରୋଧୀ ଦାବି କରିଥିଲେ । ହେଲେ ମୋଦୀ କେବଳ ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସଂସଦ ବାହାରେ ଘଟଣାକୁ ନିନ୍ଦା କରିବା ସହିତ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ ।

You May Also Like

More From Author

+ There are no comments

Add yours