୧୧ ଓ ୧୨ରେ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି। ୧୧ ଓ ୧୨ ତାରିଖ ଦିନ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଶୁକ୍ରବାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ସେହିଭଳି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ୧୨ ତାରିଖ ଦିନ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

You May Also Like

More From Author

+ There are no comments

Add yours