କ୍ୟାବିନେଟରେ ୧୯ଟି ପ୍ରସ୍ତାବ ଉପରେ ମୋହର

ଶବ୍ଦ ଓଡିଶା ବ୍ୟୁରୋ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ୧୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ନୂତନ ଉନ୍ନତ ଅଭିଳାଷ ବା ନୁଆଁ ଓଡ଼ିଶା ଯୋଜନାକୁ ବୈଠକରେ ମଞ୍ଜୁରୀ ମିଳିଛି । ଆସନ୍ତା ୩ ବର୍ଷ ମଧ୍ୟରେ ୧ ଲକ୍ଷ ଯୁବକ ଯୁବତୀଙ୍କୁ କରାଯିବ ଦକ୍ଷ । ଏଥିପାଇଁ ଖର୍ଚ୍ଚ ହେବ ୩୮୫ କୋଟି ଟଙ୍କା । ଉନ୍ନତ ମାନର ପ୍ରଶିକ୍ଷଣ, ଶିଳ୍ପ ସଂଯୋଗକୁ ପ୍ରୋତ୍ସାହିତ , ନିଯୁକ୍ତି ଦକ୍ଷତା କ୍ଷେତ୍ରରେ ଏହା ସହାୟକ ହେବ ।

ନାଇଜର ପରିସରରେ ହେବ କ୍ୟାନ୍ସର ହସ୍ପିଟାଲ । ଟାଟା ମେମୋରିଆଲ ପକ୍ଷରୁ ପ୍ରତିଷ୍ଠା ହେବ କ୍ୟାନ୍ସର ହସ୍ପିଟାଲ । ଏହା ପାଇଁ ୪୮ ଦଶମିକ ୮୪୨ ଏକର ଜମି ପ୍ରଦାନ କରିବେ ସରକାର ।

You May Also Like

More From Author

+ There are no comments

Add yours