୧୬ରେ ଓଡ଼ିଶା ଆସିବେ କେନ୍ଦ୍ର ଅର୍ଥମନ୍ତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତା ୧୬ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ସେ ଭୁବନେଶ୍ୱରରେ ହେବାକୁ ଥିବା ୩ଦିନିଆ ଜାତୀୟ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ଅର୍ଥମନ୍ତ୍ରୀ ସୀତାରମଣ ୧୬ତାରିଖରେ ଭୁବନେଶ୍ୱରରେ ପହଂଚି ବିଜେପିର ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହାପରେ ସେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବେ । ୧୭ତାରିଖ ପୂର୍ବାହ୍ନରେ ଭୁବନେଶ୍ୱରରେ ଜାତୀୟ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିବେ।

You May Also Like

More From Author

+ There are no comments

Add yours