ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: ପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ଆଜି ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହି ଘୂର୍ଣ୍ଣିବଳୟ ସହ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟଟି ମିଶିଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିପା‌ରେ।
ମଙ୍ଗଳବାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ସେହିଭଳି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲା‌ରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

You May Also Like

More From Author

+ There are no comments

Add yours