୨ଦିନିଆ ଓଡ଼ିଶା ଗସ୍ତରେ ନିର୍ମଳା ସୀତାରମଣ 

ଶବ୍ଦ ଓଡିଶା ବ୍ୟୁରୋ: ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆଜି ଦୁଇ ଦିନିଆ ଗସ୍ତରେ ଆସୁଛନ୍ତି ନିର୍ମଳା । ଭୁବନେଶ୍ୱର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଏହା ପରେ ସେ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ସକାଳୁ ସେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ।

ଏହା ପରେ ପେଣ୍ଠକଟା ନିକଟସ୍ଥ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଶ୍ରୀ ଶଦାଶିବ କ୍ୟାମ୍ପସରେ ‘ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ସାମିଲ ହେବା ସହ ବୃକ୍ଷରୋପଣ କରିବେ । ପୂର୍ବହ୍ନ ପ୍ରାୟ ସାଢେ ୧୦ଟାରେ ପୁରୀ ଜିଲ୍ଲା ବୀରହରେକୃଷ୍ଣପୁର ସ୍ଥିତ ମହାନ ସ୍ୱାଧୀନତା ସଂଗ୍ରାମୀ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ । ଏହା ପରେ ଭୁବନେଶ୍ୱର ଫେରିଆସିବେ ନିର୍ମଳା ସୀତାରମଣ୍ । ଭୁବନେଶ୍ୱରରେ କୁଇ ଓ ଦେଶୀୟ ଭାଷା ଉପରେ ଏକ ପୁସ୍ତକ ଉନ୍ମୋଚନ କରିବେ । ଅପରାହ୍ଣ ୫ଟାରେ ବିଂଶତମ ଜାତୀୟ ଚାର୍ଟାର୍ଡ ଆକାଉଂଟାଂଟ ସମ୍ମିଳନୀକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

You May Also Like

More From Author

+ There are no comments

Add yours