ବଙ୍ଗୋପସାଗରରେ ଲଘୁଚାପ, ୨ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ବାୟୁମଣ୍ଡଳରେ ୭ଦଶମିକ ୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଆଗାମୀ ୪୮ଘଣ୍ଟା ଭିତରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ବର୍ଷାକୁ ନେଇ ୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସକାଳ ସାଢେ ୮ଟାରୁ ଶନିବାର ସକାଳ ସାଢେ ୮ଟା ଯାଏଁ ୭ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ନୂଆପଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଣୁ ଏହି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଆଜି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

You May Also Like

More From Author

+ There are no comments

Add yours